Categories: ଜାତୀୟ

ରାଜଧାନୀରେ କରୋନା ଆତଙ୍କ : ୨୪ ଘଣ୍ଟାରେ ୧୩୯୬ ମାମଲା,ସଂକ୍ରମଣ ହାର ୩୧ ପ୍ରତିଶତ…

ନୂଆଦିଲ୍ଲୀ, ୧୫।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ବୃଦ୍ଧି ହୋଇଛି।

ଗତ ୨୪ ଘଣ୍ଟାରେ ଦେଶର ରାଜଧାନୀ ଦିଲ୍ଲୀରେ କରୋନା ଆତଙ୍କ ସୃଷ୍ଟି କିଛି। ଏହି ସମୟ ମଧ୍ୟରେ ଦେଶର ରାଜଧାନୀ ଦିଲ୍ଲୀରେ ଦୈନିକ ସଂକ୍ରମଣରେ ୩୧ ପ୍ରତିଶତ ବୃଦ୍ଧି ପାଇଛି। ଏହା ୧୩୯୬ ଛୁଇଁଛି। ସେହିପରି ଦୈନିକ ମୃତ୍ୟୁ ସଂଖ୍ୟା ୫ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୫୩ ହଜାର ଟପିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୦ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୧୦,୭୪୭ ଛୁଇଁଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨୭ ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ୪୪ ହଜାର ଟପିଛି। ଏହା ୫୩ ହଜାର ୭୨୦ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୬,୬୨୮ ଜଣ ସୁସ୍ଥ ହୋଇଛନ୍ତି।
ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୯୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୮ ଲକ୍ଷ ୮ ହଜାର ୨୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୨ ଲକ୍ଷ ୨୩ ହଜାର ୨୧୧ ଜଣ ସୁସ୍ଥ ହୋଇ ସାରିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୭୨ ପ୍ରତିଶତ ରହିଛି।

Share