କେନ୍ଦୁଝର,୨ା୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଗୁରୁବାର ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୬ରେ ପହଞ୍ଚିଛି। ଆକ୍ରାନ୍ତ ଜଣଙ୍କ ହାଟଡିହି ବ୍ଲକ ଅଞ୍ଚଳର ବୋଲି ଜଣାପଡ଼ିଛି। ସେ ଅସୁସ୍ଥ ହୋଇ ଭୁବନେଶ୍ୱରର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ଚିକିତ୍ସା ବେଳେ କରୋନା ପଜିଟିଭ୍ ଥିବା ଜଣାପଡ଼ିଥିଲା। ତାଙ୍କୁ କିପରି ହେଲା ଓ ତାଙ୍କ ସଂସ୍ପର୍ଶରେ କିଏ କିଏ ଆସିଛନ୍ତି ତାହାର ଯାଞ୍ଚ ସ୍ବାସ୍ଥ୍ୟ ବିଭାଗ କରୁଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ଜିଲାର ମୋଟ୍ ୧୪୬ ଆକ୍ରାନ୍ତଙ୍କ ମଧ୍ୟରୁ ୯୫ ଜଣ ଚିକିତ୍ସିତ ହୋଇ ଘରକୁ ଫେରିଥିବା ଜଣାପଡ଼ିଛି। ଆଉ ୫୧ ଜଣ ଚିକିତ୍ସିତ ହେଉଛନ୍ତି। ଅନ୍ୟପକ୍ଷରେ ଶନିବାର ଓ ରବିବାର ଶଟ୍ଡାଉନ୍ କରିବାକୁ ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି।
Posted inଆମ ଜିଲା ଖବର, କରୋନା ଭାଇରସ୍, କେନ୍ଦୁଝର