ଥମୁଛି କରୋନା: ୨୪ ଘଣ୍ଟାରେ ଲକ୍ଷେ ୬୩୬ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମିବାରେ ଲାଗିଛି। ୬୧ ଦିନ ପରେ ଦେଶରେ ନୂଆ କରୋନା ଆକ୍ରାନ୍ତ ସର୍ବନିମ୍ନରେ ପହଞ୍ଚିଛି। ରବିିବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୧୪ ହଜାର ୪୬୦ ଥିବାବେଳେ ମୃତକଙ୍କ ସଂଖ୍ୟା ୨,୬୭୭ ଥିଲା । ତେବେ ସୋମବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ସହିତ ମୃତକଙ୍କ ସଂଖ୍ୟା କମିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୬୩୬ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୨,୪୨୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୧ ଲକ୍ଷ ୭୪ ହଜାର ୩୯୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୧୪ ଲକ୍ଷ ୧ ହଜାର ୬୦୯ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୩ କୋଟି ୨୭ ଲକ୍ଷ ୮୬ ହଜାର ୪୮୨ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୬ କୋଟି ୬୩ ଲକ୍ଷ ୩୪ ହଜାର ୧୧୧ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।

Share