କରୋନା କଲା ରେକର୍ଡ: ୨୮ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୨୦।୮: ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮ ଲକ୍ଷ ୩୬ ହଜାର ୯୫୨ଛୁଇଁଛିି। ସେହିପରି ମୃତକଙ୍କ ସଂଖ୍ୟା ୫୩ ହଜାର ୮୬୬ ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ କରୋନା ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିଛି। ଏହି ସମୟ ମଧ୍ୟରେ ଦେଶରେ ୬୯ ହଜାର ୬୫୨ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ୯୭୭ ଜଣଙ୍କର ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ୨୦ ଲକ୍ଷ ୯୬ ହଜାର ୬୬୪ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୬ ଲକ୍ଷ ୮୬ ହଜାର ୫୧୪ ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ଅଗଷ୍ଟ ୧୯ ସୁଦ୍ଧା ୩ କୋଟି ୨୭ ଲକ୍ଷ ୪୨ ହଜାର ୭୮୨ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ମଙ୍ଗଳବାର ୯ ଲକ୍ଷ ଜଣଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର୍‌ ପକ୍ଷରୁ ସୂଚନା ଦିଆଯାଇଛି।

Share