ରାଜ୍ୟରେ ହଜାରେ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ କରୋନା ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୯୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୭୮ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ୪୧୫ଟି ହେଉଛି ଲୋକାଲ କେସ। ବାକି ୧୩୮ ଜଣ ୦-୧୮ ବର୍ଷରୁ ପିଲା ବୋଲି ଜଣାପଡିଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୧୯ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୯୫ ଜଣ ଚିହ୍ନଟ ହୋଇଛନ୍ତି।
୯୯୩ଟି ନୂଆ କେସ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୭ ହଜାର ୧୪୬ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୮୦ହଜାର ୪୭୧ ଜଣ ସୁସ୍ଥ ହୋଇସାରିଛନ୍ତି। ୯ ହଜାର ୫୩୬ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।

Share