ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୨୯।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ସୁନ୍ଦରଗଡ ଜିଲାରେ ସର୍ବାଧିକ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୫୪୯ରେ ପହଞ୍ଚିଛି।

Share