କରୋନା ଦ୍ୱିତୀୟ ଲହର: ଆକ୍ରାନ୍ତଙ୍କ ସଂଖ୍ୟା କମୁଛି, ମୃତକଙ୍କ ସଂଖ୍ୟା ବଢୁଛି…

ନୂଆଦିଲ୍ଲୀ,୧୬।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା ବଢୁଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୧ ହଜାର ୧୭୦ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୪,୦୭୭ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମୃତ୍ୟୁ ସଂଖ୍ୟା ବଢୁଥିବାରୁ ଅନ୍ତିମ ସଂସ୍କାର ପାଇଁ ସମସ୍ୟା ଦେଖାଦେଇଛି। ଶ୍ମଶାନ ଏବଂ କବରସ୍ତାନ ବାହାରେ ମୃତଦେହଗୁଡ଼ିକ ଧାଡ଼ିରେ ରହିଥିବାର ଦେଖିବାକୁ ମିଳୁଛି। ବର୍ତ୍ତମାନ ସୁଦ୍ଧା ୧୮ କୋଟି ୨୨ ଲକ୍ଷ ୨୦ ହଜାର ୧୬୪ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୧ କୋଟି ୪୮ ଲକ୍ଷ ୫୦ ହଜାର ୧୪୩ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।

Share