କରୋନା ନେଲା ଆଉ ୨ ଜୀବନ: ରାଜ୍ୟରେ ୧୯୩୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଏହି ମହାମାରୀ ରାଜ୍ୟରେ ଗତ ୨୪ ଘଣ୍ଟାରେ ୨ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧୯୩୫ରେ ପହଞ୍ଚିଛି। ମୃତକଙ୍କ ମଧ୍ୟରେ କଳାହାଣ୍ଡି ଓ କେନ୍ଦୁଝରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ରାଜ୍ୟରେ ଦୈନିକ ସଂକ୍ରମଣ ୩ହଜାର ମୁହାଁ ହୋଇଥିବା ବେଳେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୫୮,୩୪୨ରେ ପହଞ୍ଚିଛି। ସେଥିମଧ୍ୟରୁ ୩,୪୧,୭୩୩ଜଣ ସୁସ୍ଥ ହୋଇଥିବା ବେଳେ ୧୪,୬୨୧ଜଣ ଚିକିତ୍ସାଧିନ ଏବଂ ୧୯୩୫ ଜଣଙ୍କ ମୃତ୍ୟୁ ହୋଇଛି ବୋଲି ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

Share