କରୋନା ତାଣ୍ଡବ: ଆକ୍ରାନ୍ତଙ୍କ ସହିତ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି…

ନୂଆଦିଲ୍ଲୀ,୫।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ଅଣାୟତ୍ତ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେକାବୁ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ଆକ୍ରାନ୍ତଙ୍କ ସହିତ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୮୨ ହଜାର ୩୧୫ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୩୭୮୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଇତି ମଧ୍ୟରେ ଦେଶରେ ୨୯ କୋଟି ୪୮ ଲକ୍ଷ ୫୨ ହଜାର ୭୮ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର୍‌ ପକ୍ଷରୁ କୁହାଯାଇଛି।

Share