ନୂଆଦିଲ୍ଲୀ, ୩।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ସାମାନ୍ୟ କମିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି। ସକ୍ରିୟ ମାମଲା ୨୧ ହଜାର ମୁହଁା ହୋଇଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୩ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୩,୬୩୭ ଛୁଇଁଛି। ଗୋଟଏ ଦିନ ତଳେ ଏହା ୩,୮୨୩ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୭ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪ ଥିଲା। ଏହି ସମୟରେ ସକ୍ରିୟ ମାମଲା ୨୦ ହଜାର ଟପିଛି। ଏହା ୨୦ ହଜାର ୨୧୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୮ ହଜାର ୩୮୯ ଥିଲା। ସେହିପରି ୨୪ ଘଣ୍ଟାରେ ୧,୮୦୦ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧,୭୮୪ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୮୯୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୭ ଲକ୍ଷ ୨୬ ହଜାର ୨୪୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୭୫ ହଜାର ୧୩୫ ଜଣ ସୁସ୍ଥ ହୋଇ ସାରିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୭୯ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୨ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୧.୩୦ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୧.୪୭ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।