ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ କର୍ମଚାରୀଙ୍କୁ କରୋନା

ଝାରସୁଗୁଡ଼ା ଅଫିସ,୨୫ା୭: ଝାରସୁଗୁଡ଼ା ବିଧାୟକ ତଥା ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନବ କିଶୋର ଦାସଙ୍କ ବ୍ୟକ୍ତିଗତ କର୍ମଚାରୀ ଶନିବାର କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏନେଇ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଜଗଦୀଶ ଚନ୍ଦ୍ର ବାରିକ ସୂଚନା ଦେଇଛନ୍ତି।
ତେବେ ସମ୍ପୃକ୍ତ ବ୍ୟକ୍ତି ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ କର୍ମଚାରୀ ବୋଲି ଜଣାପଡ଼ିଛି। ଏନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଯୋଗାଯୋଗ କରିଥିଲେ ମଧ୍ୟ ସେ ଫୋନ୍‌ ଉଠାଇ ନାହାନ୍ତି।