ଆଜି ଆଉ ୧୦ ଜୀବନ ନେଲା କରୋନା, ୬୨୬ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୧୩ା୯(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୦ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୨୬କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଖୋର୍ଦ୍ଧରୁ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ କଟକରୁ ୨ ଜଣ, ବାଲେଶ୍ୱର, ଗଞ୍ଜାମ, କଳାହାଣ୍ଡି, ମୟୂରଭଞ୍ଜ ଏବଂ ସୁବର୍ଣ୍ଣପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୦, ୮୦୭ରେ ପହଞ୍ଚିଥିବା ବେଳେ ୧,୧୫,୨୭୯ ଜଣ ସୁସ୍ଥ ହୋଇଛନ୍ତି। ୩୪,୮୪୯ଜଣ ଚିକିତ୍ସିତ ହେଉଛନ୍ତି। ୬୨୬ ଜଣଙ୍କ ମୃତ୍ୟୁ ଘଟିଛି।

Share