ରାଜ୍ୟରେ କରୋନା ନେଲା ଆଉ ୧୦ ମୁଣ୍ଡ: ୨ ହଜାର ଟପିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୧୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୦୦୭କୁ ବୃଦ୍ଧି ପାଇଛି। ଏହି ୧୦ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୩, ରାୟଗଡ଼ାରୁ ୨ ଓ ବୌଦ୍ଧ ଜିଲାରୁ ଜଣେ ଅଛନ୍ତି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।

Share