ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନାରେ ୧୨ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୯ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୦ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪, ପୁରୀ ୨, ରାୟଗଡ଼ାରୁ ୨, ସୁନ୍ଦରଗଡ, କଟକ ଏବଂ କେନ୍ଦୁଝରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।