ରାଜ୍ୟରୁ ଆଉ ୧୩ ଜୀବନ ନେଲା କରୋନା, ୬୮୨ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୩ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୮୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ କେନ୍ଦ୍ରାପଡ଼ା ଏବଂ ପୁରୀରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ବରଗଡ଼, ବଲାଙ୍ଗୀର, କଟକ, କନ୍ଧମାଳ, ମୟୂରଭଞ୍ଜ ଏବଂ ଗଜପତିରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୧, ୭୧,୩୪୧ରେ ପହଞ୍ଚିଥିବା ବେଳେ ୧,୩୩,୪୬୬ଜଣ ସୁସ୍ଥ ହୋଇଛନ୍ତି। ୩୭,୧୪୦ ଜଣ ଚିକିତ୍ସିତ ହେଉଛନ୍ତି। ୬୮୨ ଜଣଙ୍କ ମୃତ୍ୟୁ ଘଟିଛି।

Share