ଆଜି ଆଉ ୧୩ ଜୀବନ ନେଲା କରୋନା, ୬୬୯ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୧୭ା୯(ବ୍ୟୁରୋ): ଗୁରୁବାର ରାଜ୍ୟରୁ ଆଉ ୧୩ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୬୯କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ପୁରୀ ଏବଂ ଖୋର୍ଦ୍ଧା ଜିଲାରୁ ୪ ଜଣ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଗଜପତି ଜିଲାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି କଟକ, ବାଲେଶ୍ୱର, ସୁବର୍ଣ୍ଣପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୧,୬୭,୧୬୧ରେ ପହଞ୍ଚିଥିବା ବେଳେ ୧,୨୯,୮୫୯ଜଣ ସୁସ୍ଥ ହୋଇଛନ୍ତି। ୩୬,୫୮୦ ଜଣ ଚିକିତ୍ସିତ ହେଉଛନ୍ତି। ୬୬୯ ଜଣଙ୍କ ମୃତ୍ୟୁ ଘଟିଛି।

Share