ରାଜ୍ୟରୁ ଆଜି ଆଉ ୧୪ ଜୀବନ ନେଲା କରୋନା, ୭୯୭ରେ ପହଞ୍ଚଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୪ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭୯୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ଆଜି ଖୋର୍ଦ୍ଧା ଏବଂ କଟକ ଜିଲାରୁ ୩ ଜଣ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ କେନ୍ଦ୍ରାପଡ଼ା ଏବଂ ଯାଜପୁରରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ବଲାଙ୍ଗୀର, ଗଜପତି, ଢେଙ୍କାନାଳ ଏବଂ ସୁବର୍ଣ୍ଣପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨,୦,୯୩୭୪ ପହଞ୍ଚିଥିବା ବେଳେ ୧,୭୦,୧୯୩ ଜଣ ଚିକିତ୍ସିତ ହେଉଛନ୍ତି। ୩୮,୩୩୧ ଜଣ ଚିକିତ୍ସିତ ହେଉଛନ୍ତି। ୭୯୭ ଜଣଙ୍କ ମୃତ୍ୟୁ ଘଟିଛି।

Share