ଭୁବନେଶ୍ୱର,୨୧ା୨(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଯଦିଓ ହ୍ରାସ ପାଇଛି ମୃତ୍ୟୁସଂଖ୍ୟା କିନ୍ତୁ କମିବାର ନାଁ ନେଉନି। ଆଜି ଆଉ ୧୫ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯,୦୨୬କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।
ସୁନ୍ଦରଗଡ଼ ଜିଲାରୁ ଆଜି ସର୍ବାଧିକ ୬ ଜଣଙ୍କ ଜୀବନ ଯାଇଥିବା ବେଳେ ବାଲେଶ୍ବର, କଟକ ଏବଂ ଖୋର୍ଦ୍ଧାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ଯାଇଛି। ଅନ୍ୟପକ୍ଷରେ ଢେଙ୍କାନାଳ, କେନ୍ଦ୍ରାପଡ଼ା ଏବଂ ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତ କରୋନାରେ ଆଖି ବୁଜିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୨,୮୬୯ରେ ପହଞ୍ଚିଥିବା ବେଳେ ୧୨,୬୮,୧୫୮ ଜଣ ସୁସ୍ଥ ହୋଇଛନ୍ତି। ୫,୬୩୨ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୯,୦୨୬କୁ ବୃଦ୍ଧି ପାଇଛି।