ଭୁବନେଶ୍ୱର,୧୮ା୨(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିଲେ ହେଁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି। ଶୁକ୍ରବାର ଆଉ ୧୫ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮,୯୭୬କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।
ଆଜି କେବଳ ଖୋର୍ଦ୍ଧା ଜିଲାରୁ ୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଅନୁଗୋଳ, କଟକ ଏବଂ ପୁରୀ ଜିଲାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ବାଲେଶ୍ୱର, ବରଗଡ଼, ଜଗତସିଂହପୁର, ଯାଜପୁର, ମୟୂରଭଞ୍ଜ ଏବଂ ନୟାଗଡ଼ ଜିଲାରୁ ଜଣେ ଲେଖାଏ ଆକାନ୍ତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୮୧,୪୫୫ରେ ପହଞ୍ଚିଥିବା ବେଳେ ୧୨,୬୪,୫୭୧ ଜଣ ସୁସ୍ଥ ହୋଇଛନ୍ତି। ୭୮୫୫ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮,୯୭୬କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।