କରୋନା ମୃତ୍ୟୁସଂଖ୍ୟା ପୁଣି ଉପରମୁହାଁ: ଆଜି ନେଲା ଆଉ ୧୫ ଜୀବନ

ଭୁବନେଶ୍ୱର,୬ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୫ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩୯୩କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ ଖୋର୍ଦ୍ଧା ଏବଂ ସମ୍ବଲପୁର ଜିଲାରୁ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୟୂୂରଭଞ୍ଜ ଏବଂ ବରଗଡ଼ରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି କଟକ, ମାଲକାନଗିରି, ବଲାଙ୍ଗୀର, ପୁରୀ ଏବଂ ବାଲେଶ୍ୱରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୮,୭୬୮ରେ ପହଞ୍ଚିଥିବା ବେଳେ ୨,୮୩,୫୩୩ ଜଣ ସୁସ୍ଥ ହୋଇଛନ୍ତି। ୧୩,୭୮୯ ଜଣ ଚିକିତ୍ସିତ ହେଉଛନ୍ତି। ୧୩୯୩ ଜଣଙ୍କ ମୃତ୍ୟୁ ଘଟିଛି।

Share