ଆଜି ରାଜ୍ୟରୁ ଆଉ ୧୬ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୦୨୨କୁ ବୃଦ୍ଧି

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୦୨୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ବାଲେଶ୍ୱରରୁ ୪, ଢେଙ୍କାନାଳରୁ ୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଗଜପତି, କଳାହାଣ୍ଡି, କେନ୍ଦ୍ରାପଡ଼ା, କୋରାପୁଟ ଏବଂ ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨,୫୨,୨୩୯ରେ ପହଞ୍ଚିଥିବା ବେଳେ ୨,୨୪,୨୭୩ ଜଣ ସୁସ୍ଥ ହୋଇଛନ୍ତି। ୨୬,୮୯୧ଜଣ ଚିକିତ୍ସିତ ହେଉଛନ୍ତି। ୧୦୨୨ ଜଣଙ୍କ ମୃତ୍ୟୁ ଘଟିଛି।

Share