ଆଜି ଆଉ ୧୬ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୪୪୧କୁ ବୃଦ୍ଧି

ଭୁବନେଶ୍ୱର,୯ା୧୧(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୪୪୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ ଖୋର୍ଦ୍ଧା ଏବଂ କେନ୍ଦୁଝର ଜିଲାରୁ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ସମ୍ବଲପୁରରୁ ୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ବାଲେଶ୍ୱର, ବରଗଡ଼, ବୌଦ୍ଧ, କଟକ, ଯାଜପୁର, ମୟୂରଭଞ୍ଜ, ନୟାଗଡ଼ ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦,୨୭୯୩ରେ ପହଞ୍ଚିଥିବା ବେଳେ ୨,୮୮,୧୬୮ଜଣ ସୁସ୍ଥ ହୋଇଛନ୍ତି। ୧୩,୧୩୧ ଜଣ ଚିକିତ୍ସିତ ହେଉଛନ୍ତି। ୧୪୪୧ ଜଣଙ୍କ ମୃତ୍ୟୁ ଘଟିଛି।

Share