ଆଜି ରାଜ୍ୟରୁ ୧୬ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୭୫ରେ ପହଞ୍ଚିଲା

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୭୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ନୟାଗଡ଼ରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। କଟକ ଏବଂ ବାଲେଶ୍ୱରରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଜଗତସିଂହପୁର, ବରଗଡ଼ ଏବଂ କଳାହାଣ୍ଡିରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨, ୨୬,୩୩୪ରେ ପହଞ୍ଚିଥିବା ବେଳେ ୧,୯୦,୦୮୦ ଜଣ ସୁସ୍ଥ ହୋଇଛନ୍ତି। ୩୫,୩୨୬ ଜଣ ଚିକିତ୍ସିତ ହେଉଛନ୍ତି। ୮୭୫ ଜଣଙ୍କ ମୃତ୍ୟୁ ଘଟିଛି।

Share