୧୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୧୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯୭୪ କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ୧୬ ମୃତକଙ୍କ ମଧ୍ୟରୁ ବାଲେଶ୍ୱରରୁ ୪, ଭୁବନେଶ୍ୱରରୁ ୪, କଳାହାଣ୍ଡି, ନୟାଗଡ, ମୟୁରୁଭଞ୍ଜ ଜିଲାରୁ ୨ ଜଣ ଲେଖାଏ ଥିବାବେଳେ ଝାରସୁଗୁଡା ଏବଂ ସୁନ୍ଦରଗଡ ଜିଲାରୁ ଜଣେ ଲେଖାଏ ବ୍ୟକ୍ତି ମୃତ୍ୟୁବରଣ କରିଛନ୍ତି।

Share