ଆଜି ରାଜ୍ୟରୁ ଆଉ ୧୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୯୧କୁ ବୃଦ୍ଧି

ଭୁବନେଶ୍ୱର,୯ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୭ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୯୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ବାଲେଶ୍ୱରରୁ ୩, ପୁରୀ ଏବଂ ମୟୂରଭଞ୍ଜରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ବରଗଡ଼, କଳାହାଣ୍ଡି, କନ୍ଧମାଳ,ମାଲକାନଗିରି ନୟାଗଡ଼ ଏବଂ ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨,୪୬,୮୩୯ରେ ପହଞ୍ଚିଥିବା ବେଳେ ୨,୧୬,୯୮୪ଜଣ ସୁସ୍ଥ ହୋଇଛନ୍ତି। ୨୮,୮୧୧ ଜଣ ଚିକିତ୍ସିତ ହେଉଛନ୍ତି। ୯୯୧ ଜଣଙ୍କ ମୃତ୍ୟୁ ଘଟିଛି।

Share