ଭୁବନେଶ୍ୱର,୩୧ା୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଯଦିଓ ଟିକେ କମିଛି କିନ୍ତୁ ମୃତ୍ୟୁସଂଖ୍ୟାରେ ଲାଗୁନି ବ୍ରେକ୍। ଆଜି ଆଉ ୧୮ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୬୧୨କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।
ଆଜି କେବଳ ଖୋର୍ଦ୍ଧା ଜିଲାରୁ ୪ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଗଞ୍ଜାମ ଓ ଯାଜପୁରରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ସେହିପରି ଜଗତସିଂହପୁରରୁ ୨ ଆକ୍ରାନ୍ତଙ୍କ ଜୀବନ ଯାଇଛି। କଟକ, ଢେଙ୍କାନାଳ, ଭଦ୍ରକ, କେନ୍ଦୁଝର, ନୟାଗଡ଼ ଏବଂ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।