ଆଜି ରାଜ୍ୟରୁ ସର୍ବାଧିକ ୧୯ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୧୪୦କୁ ବୃଦ୍ଧି

ଭୁବନେଶ୍ୱର,୭ା୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଗୋଟିଏ ପଟେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା ଶୁକ୍ରବାର ୧୯ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୧୪୦କୁ ବୃଦ୍ଧି ପାଇଛି।

ଆଜି ଖୋର୍ଦ୍ଧା ଏବଂ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ପୁରୀ ଏବଂ ଗଞ୍ଜାମରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଅନୁଗୋଳ, କଟକ, ଦେବଗଡ଼, ଝାରସୁଗୁଡ଼ା,ବଲାଙ୍ଗୀର, ଗଜପତି ଏବଂ କଳାହାଣ୍ଡିରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫,୧୨,୪୦୦ରେ ପହଞ୍ଚିଥିବା ବେଳେ ୪,୨୩,୨୫୭ ଜଣ ସୁସ୍ଥ ହୋଇଛନ୍ତି। ୮୬,୯୫୦ ଜଣ ଚିକିିତ୍ସିତ ହେଉଛନ୍ତି। ୨୧୪୦ ଜଣଙ୍କ ମୃତ୍ୟୁ ହୋଇସାରିଲାଣି।

Share