ପୁଣି ରାଜ୍ୟରେ ଆଜି କରୋନା ନେଲା ୨୧ ଜୀବନ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୨୧ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୩୭୮ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୨ ମୃତକଙ୍କ ମଧ୍ୟରୁ କଳାହାଣ୍ଡି ଜିଲାରୁ ସର୍ବାଧିକ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧା, କୋରାପୁଟ, ମୟୂରଭଞ୍ଜ, ସମ୍ବଲପୁର ଓ ସୁନ୍ଦରଗଡ ଜିଲାରୁ ୨ ଜଣ ଲେଖାଏ ପ୍ରାଣ ହରାଇଛନ୍ତି। ସେହିପରି ବରଗଡ ବଲାଙ୍ଗୀର, କଟକ, କନ୍ଧମାଳ, କେନ୍ଦୁଝର, ନୟାଗଡ ନୂଆପଡା ଓ ପୁରୀର ଜଣେ ଲେଖାଏ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।

Share