ଭୁବନେଶ୍ୱର,୧୭।୫(ବ୍ୟୁରୋ): ରାଜ୍ୟରେ ସୋମବାର କରୋନାରେ ୨୨ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୩୩୫ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୨ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ବୌଦ୍ଧ, କୋରାପୁଟ, ନୂଆପଡା, ରାୟଗଡା, ଓ ସୁନ୍ଦରଗଡରୁ ସର୍ବାଧିକ ୩ ଜଣ ଲେଖାଏ ମୃତ୍ୟୁବରଣ କରିଛନ୍ତି। ଅନୁଗୋଳ ଜିଲାରୁ ୨ ଜଣ ପ୍ରାଣ ହରାଇଛନ୍ତି। ପୁରୀ ଓ ଗଜପତି ଜିଲାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।