ରାଜ୍ୟରେ କରୋନା ନେଲା ଆଉ ୨୨ ମୁଣ୍ଡ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୨୨ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୩୫୭କୁ ବୃଦ୍ଧି ପାଇଛି। ଏହି ୨୨ ମୃତକଙ୍କ ମଧ୍ୟରୁ ବୌଦ୍ଧ, କଳାହାଣ୍ଡି, ଖୋର୍ଦ୍ଧା, ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲାରୁ ୩ ଜଣ ଲେଖାଏ ଅଛନ୍ତି। ଗଜପତି, କୋରାପୁଟ ଓ ରାୟଗଡ଼ା ଜିଲାରୁ ୨ ଜଣ ଲେଖାଏଙ୍କ ମୃତ୍ୟୁ ଘଟିଥିବା ବେଳେ ବଲାଙ୍ଗୀର ଜିଲାରୁ ଜଣଙ୍କ ଜୀବନ ନେଇଛି କରୋନା।

Share