ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୪୦୧କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।
ଆଜି ଖୋର୍ଦ୍ଧାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଝାରସୁଗୁଡ଼ାରୁ ବି ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୪୮,୨୨୮ରେ ପହଞ୍ଚିଥିବା ବେଳେ ୧୦,୩୭,୩୮୭ଜଣ ସୁସ୍ଥ ହୋଇଛନ୍ତି। ୨୩୮୫ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮୪୦୧କୁ ବୃଦ୍ଧି ପାଇଛି।