ଭୁବନେଶ୍ୱର,୧୪ା୧(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି। ଶୁକ୍ରବାର ରାଜ୍ୟରୁ ଆଉ ୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି କଟକ, ଜଗତସିଂହପୁର, ଭଦ୍ରକ ଏବଂ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୧୧,୮୭୯ରେ ପହଞ୍ଚିଥିବା ବେଳେ ୧୦,୫୦,୧୭୯ଜଣ ସୁସ୍ଥ ହୋଇଛନ୍ତି। ୫୩୧୭୧ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮,୪୭୬କୁ ବୃଦ୍ଧି ପାଇଛି।