ଭୁବନେଶ୍ୱର,୮ା୧୦(ବ୍ୟୁରୋ): ରାଜ୍ୟରେ କରୋନା ରୋଗୀଙ୍କ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି। ପ୍ରତିଦିନ କୌଣସି ନା କୌଣସି କରୋନା ରୋଗୀଙ୍କ ମୃତ୍ୟୁ ଘଟୁଛି। ଶୁକ୍ରବାର ରାଜ୍ୟରୁ ଆଉ ୪ ଜଣଙ୍କ ଜୀବନ ବି ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୨୩୮କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।
ଆଜି ନୟାଗଡ଼, କଟକ, କନ୍ଧମାଳ ଏବଂ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୦,୫୧୮ରେ ପହଞ୍ଚିଥିବା ବେଳେ ୧୦,୧୭,୧୧୬ଜଣ ସୁସ୍ଥ ହୋଇଛନ୍ତି। ୫୧୧୧ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮୨୩୮କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।