ଆଜି ଆଉ ୪୦ ଜୀବନ ନେଲା କରୋନା, ୩୮୦୦ ଟପିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୦ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୮୦୧କୁ ବୃଦ୍ଧି ପାଇଛି।

ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ବରଗଡ଼, କଟକ, ନୟାଗଡ଼ରୁ ୫ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଅନୁଗୋଳ ଜିଲାରୁ ୩ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ବଲାଙ୍ଗୀର, ଭଦ୍ରକ, ବୌଦ୍ଧ, ପୁରୀ, ସୁନ୍ଦରଗଡ଼ ଓ ବାଲେଶର ଜିଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଗଞ୍ଜାମରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮,୯୩,୫୦୮ରେ ପହଞ୍ଚିଥିବା ବେଳେ ୮,୫୬,୪୯୮ ଜଣ ସୁସ୍ଥ ହୋଇଛନ୍ତି। ୩୩,୧୫୬ ଜଣ ଚିକିିତ୍ସିତ ହେଉଛନ୍ତି। ୩୮୦୧ ଜଣଙ୍କ ମୃତ୍ୟୁ ଘଟିସାରିଲାଣି।

Share