ଭୁବନେଶ୍ୱର,୨୭ା୯(ବ୍ୟୁରୋ): ଆଜି ରାଜ୍ୟରୁ ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୮୦କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।
ଆଜି ସୁନ୍ଦରଗଡ଼ର ଜିଲାରୁ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ନବରଙ୍ଗପୁର ଜିଲାରୁ ୨ ଜଣଙ୍କର ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୨୪,୭୬୪ରେ ପହଞ୍ଚିଥିବା ବେଳେ ୧୦,୧୦,୯୨୯ଜଣ ସୁସ୍ଥ ହୋଇଛନ୍ତି। ୫୭୦୨ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮୧୮୦କୁ ବୃଦ୍ଧି ପାଇଛି।