ଆଜି ୫୮ ଜଣଙ୍କ ଜୀବନ ନେଲା କରୋନା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୫୮ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୧୧୬କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ବରଗଡ଼ରୁ ୭ ଏବଂ ଗଞ୍ଜାମ ଜିଲାରୁ ୫ ଜଣଙ୍କ ମୃତ୍ୟୁ ଘଟିଛି।

ସେହିପରି ବଲାଙ୍ଗୀର ଜିଲାରୁ ୪ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର, କଟକ, ପୁରୀ ଓ ସମ୍ବଲପୁର ଜିଲାରୁ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଅନୁଗୋଳ, ଭଦ୍ରକ, କେନ୍ଦ୍ରାପଡ଼ା ଜିଲାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ସେହିପରି ବୌଦ୍ଧ, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା ଓ ମୟୂରଭଞ୍ଜ ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୯,୫୫,୯୭୪ରେ ପହଞ୍ଚିଥିବା ବେଳେ ୯,୩୦,୪୧୮ଜଣ ସୁସ୍ଥ ହୋଇଛନ୍ତି। ୨୦,୩୮୭ ଜଣ ଚିକିିତ୍ସିତ ହେଉଛନ୍ତି। ୫୧୧୬ ଜଣଙ୍କ ମୃତ୍ୟୁ ହୋଇସାରିଲାଣି।

Share