ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୧୪୧କୁ ବୃଦ୍ଧି

ଭୁବନେଶ୍ୱର,୨୦ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୪୧କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଆଜି ସୁନ୍ଦରଗଡ଼ରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ବାଲେଶ୍ୱର, ବୌଦ୍ଧ, ନୟାଗଡ଼ ଏବଂ କଟକରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୨୦,୭୫୪ରେ ପହଞ୍ଚିଥିବା ବେଳେ ୧୦,୦୭,୦୬୬ଜଣ ସୁସ୍ଥ ହୋଇଛନ୍ତି। ୫୪୯୪ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮୧୪୧କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

Share