ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ଦିନେ ବଢ଼ୁଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି। ଆଜି ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୨୫୫କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।
ଆଜି କଟକ, କେନ୍ଦ୍ରାପଡ଼ା ଏବଂ ଖୋର୍ଦ୍ଧାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୩୧,୧୪୪ରେ ପହଞ୍ଚିଥିବା ବେଳେ ୧୦,୧୮,୭୪୯ଜଣ ସୁସ୍ଥ ହୋଇଛନ୍ତି। ୫୦୮୭ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮୨୫୫କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।