ମୃତ୍ୟୁରେ ଲାଗୁନି ବ୍ରେକ୍‌: ଆଜି ପୁଣି ୬୬ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୯ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମୁଥିଲେ ହେଁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ପୁଣି ଆଉ ୬୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୫୦୧କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୯ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ କଟକରୁ ୧୩, ସମ୍ବଲପୁରରୁ ୮ ଏବଂ ବରଗଡ଼ରୁ ୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ବଲାଙ୍ଗୀରରୁ ୩ ଏବଂ ନୂଆପଡ଼ାରୁ ୨ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। କଳାହାଣ୍ଡି, ସୁବର୍ଣ୍ଣପୁର, ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୯,୮୭,୯୫୬ରେ ପହଞ୍ଚିଥିବା ବେଳେ ୯,୬୯,୯୧୬ ଜଣ ସୁସ୍ଥ ହୋଇଛନ୍ତି। ୧୧,୪୮୬ ଜଣ ଚିକିିତ୍ସିତ ହେଉଛନ୍ତି। ୬୫୦୧ ଜଣଙ୍କ ମୃତ୍ୟୁ ଘଟିସାରିଲାଣି।

Share