ପୁଣି ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୭୨୨୩କୁ ବୃଦ୍ଧି

ଭୁବନେଶ୍ୱର,୨୦ା୮(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୬୯ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭,୨୨୩କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଆଜି ଜଗତସିଂହପୁର ଜିଲାରୁ ସର୍ବାଧିକ ୧୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ କଟକରୁ ୧୧ଜଣଙ୍କ ମୃତ୍ୟୁ ଘଟିଛି। ଢେଙ୍କାନାଳରୁ ୮ ଜଣଙ୍କ ମୃତ୍ୟୁ ଘଟିଛି। ଭଦ୍ରକ ଏବଂ ଯାଜପୁରରୁ ୬ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଅନୁଗୋଳ, ଖୋର୍ଦ୍ଧା ଏବଂ କେନ୍ଦ୍ରାପଡ଼ାରୁ ୫ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ ପୁରୀରୁ ୪ ଜଣ ଏବଂ କେନ୍ଦୁଝର, ମୟୂରଭଞ୍ଜରୁ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ନୟାଗଡ଼ ଜିଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୯,୯୯,୯୧୩ରେ ପହଞ୍ଚିଥିବା ବେଳେ ୯,୮୨,୩୧୯ଜଣ ସୁସ୍ଥ ହୋଇଛନ୍ତି। ୯୫୭୮ ଜଣ ଚିକିିତ୍ସିତ ହେଉଛନ୍ତି। ୭,୨୨୩ ଜଣଙ୍କ ମୃତ୍ୟୁ ହୋଇସାରିଲାଣି।

Share