ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ଦିନେ ବଢ଼ୁଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି। ଆଜି ଆଉ ୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୨୪୯କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।
ଆଜି କେବଳ ଖୋର୍ଦ୍ଧା ଜିଲାରୁ ୫ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଅନୁଗୋଳ ଏବଂ କେନ୍ଦୁଝରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୧,୬୯୬ରେ ପହଞ୍ଚିଥିବା ବେଳେ ୧୦,୧୮,୩୧୧ଜଣ ସୁସ୍ଥ ହୋଇଛନ୍ତି। ୫୦୮୩ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮୨୪୯କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।