ଆଜି ରାଜ୍ୟରେ ଆଖି ବୁଜିଲେ ଆଉ ୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା କାୟା ବିସ୍ତାର କରିଚାଲିଛି। ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା ଆଜି ଆଉ ୭ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୯୬୫କୁ ବୃଦ୍ଧି ପାଇଛି।

ଗଞ୍ଜାମ ଓ ରାୟଗଡ଼ା ଜିଲାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଖୋର୍ଦ୍ଧା, କଳାହାଣ୍ଡି, କନ୍ଧମାଳ ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୮୮,୪୭୯ରେ ପହଞ୍ଚିଥିବା ବେଳେ ୩,୫୧,୩୮୬ ଜଣ ସୁସ୍ଥ ହୋଇଛନ୍ତି। ୩୫,୦୭୫ ଜଣ ଚିକିିତ୍ସିତ ହେଉଛନ୍ତି।

Share