ଆଜି ଆଉ ୭ ଜୀବନ ନେଲା କରୋନା: ମୃତ୍ୟୁସଂଖ୍ୟା ୧୪୭କୁ ବୃଦ୍ଧି

ଭୁବନେଶ୍ୱର,୨୭ା୭(ବ୍ୟୁରୋ) : ସୋମବାର ରାଜ୍ୟରେ କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୪୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୩ ଜଣ ଥିବା ବେଳେ କଟକ, ଭୁବନେଶ୍ୱର, ମାଲକାନଗିରି ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଅଛନ୍ତି।


ସୁନ୍ଦରଗଡ଼ର ଜଣେ ୬୩ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ଡାଇବେଟିସ୍‌ ରୋଗରେ ପୀଡ଼ିତ ଥିଲେ। ସେହିପରି ଭୁବନେଶ୍ୱରର ଜଣେ ୪୫ ବର୍ଷୀୟ ବ୍ୟକ୍ତି ମୃତ୍ୟୁ ଘଟିଥିବା ବେଳେ ସେ ମଧ୍ୟ ଡାଇବେଟିସ୍‌ ରୋଗରେ ପୀଡ଼ିତ ଥିଲେ। କଟକର ଜଣେ ୬୬ ବର୍ଷୀୟ ବୃଦ୍ଧ ଏବଂ ମାଲକାନଗିରିର ଜଣେ ୫୧ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ। ଗଞ୍ଜାମର ଜଣେ ୫୧ ବର୍ଷୀୟା ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ୫୫ ଏବଂ ୫୮ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ୫୮ ବର୍ଷୀୟ ଏହି ବ୍ୟକ୍ତିଜଣଙ୍କ ଡାଇବେଟିସ୍‌ ରୋଗରେ ପୀଡ଼ିତ ଥିଲେ।

Share