ଆଜି ପୁଣି ୮ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୯୮୧କୁ ବୃଦ୍ଧି

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଗୋଟିଏ ପଟେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା ଆଜି ପୁଣି ୮ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୯୮୧କୁ ବୃଦ୍ଧି ପାଇଛି।

ସୁନ୍ଦରଗଡ଼ରୁ ୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ବଲାଙ୍ଗୀର, ବାଲେଶ୍ୱର, ବରଗଡ଼, ଭଦ୍ରକ, କଟକ ଏବଂ ନୂଆପଡ଼ା ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪,୦୧,୩୪୧ରେ ପହଞ୍ଚିଥିବା ବେଳେ ୩,୫୬,୦୦୩ ଜଣ ସୁସ୍ଥ ହୋଇଛନ୍ତି। ୪୩,୩୦୪ ଜଣ ଚିକିିତ୍ସିତ ହେଉଛନ୍ତି।

Share