ଆଜି କରୋନା ନେଲା ଆଉ ୮ ଜୀବନ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା କାୟା ବିସ୍ତାର କରିଚାଲିଛି। ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା ଆଜି ଆଉ ୮ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୯୭୩କୁ ବୃଦ୍ଧି ପାଇଛି।

ଗଞ୍ଜାମ ଓ କଳାହାଣ୍ଡି ଜିଲାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ କନ୍ଧମାଳ, ବଲାଙ୍ଗୀର, ଖୋର୍ଦ୍ଧା ଏବଂ ବାଲେଶ୍ୱର ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୯୪,୬୯୪ରେ ପହଞ୍ଚିଥିବା ବେଳେ ୩,୫୩,୫୫୧ ଜଣ ସୁସ୍ଥ ହୋଇଛନ୍ତି। ୩୯,୧୧୭ ଜଣ ଚିକିିତ୍ସିତ ହେଉଛନ୍ତି। ୧୯୭୩ ଜଣଙ୍କ ମୃତ୍ୟୁ ଘଟିଛି।

Share