ଆଜି ରାଜ୍ୟରୁ ୯ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୯୯୭କୁ ବୃଦ୍ଧି

ଭୁବନେଶ୍ୱର,୨୬।୪(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଗୋଟିଏ ପଟେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା ଆଜି ୯ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୯୯୭କୁ ବୃଦ୍ଧି ପାଇଛି।

ଖୋର୍ଦ୍ଧାରୁ ସର୍ବାଧିକ ୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ କେନ୍ଦୁଝରରୁ ୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି କଟକ, ଗଞ୍ଜାମ, ଭଦ୍ରକ ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪,୧୪,୦୫୬ରେ ପହଞ୍ଚିଥିବା ବେଳେ ୩,୬୨,୯୩୧ଜଣ ସୁସ୍ଥ ହୋଇଛନ୍ତି। ୪୯,୦୭୫ ଜଣ ଚିକିିତ୍ସିତ ହେଉଛନ୍ତି।

Share