ପୁଣି କରୋନା ନେଲା ୨୧ ଜୀବନ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ରେକର୍ଡ ଭାଙ୍ଗୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୨୧ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ସର୍ବାଧିକ ଅନୁଗୋଳ ଜିଲାରୁ ୩ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଭୁବନେଶ୍ୱର, ଖୋର୍ଦ୍ଧା, ସୁନ୍ଦରଗଡ଼, ପୁରୀ, ରାୟଗଡ଼ା, କଳାହାଣ୍ଡି ଓ କେନ୍ଦ୍ରାପଡ଼ାରୁ ୨ଜଣ ଲେଖାଏ ପ୍ରାଣ ହରାଇଛନ୍ତି। ସେହିଭଳି କୋରାପୁଟ, ନୂଆପଡ଼ା, ଗଜପତି, ବୌଦ୍ଧରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨୨୯୪କୁ ବୃଦ୍ଧି ପାଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Share