ପୁଣି କରୋନା ନେଲା ୨୫ ଜୀବନ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ରେକର୍ଡ ଭାଙ୍ଗୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୨୫ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨୪୦୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ସର୍ବାଧିକ କଳାହାଣ୍ଡି ଓ ଖୋର୍ଦ୍ଧା ଜିଲାରୁ ୪ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଅନୁଗୋଳରୁ ୩ ଓ ରାୟଗଡ଼ା, ଗଞ୍ଜାମ ଓ ସୁନ୍ଦରଗଡ଼ରୁ ୨ଜଣ ଲେଖାଏ ପ୍ରାଣ ହରାଇଛନ୍ତି। ସେହିଭଳି ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, କଟକ, ଢ଼େଙ୍କାନାଳ, କେନ୍ଦୁଝର ଓ ପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 

Share