ରାଜ୍ୟରୁ ପୁଣି ୬୮ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୩।୭ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୮ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୪୭୩୦କୁ ବୃଦ୍ଧି ପାଇଛି। ୬୮ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୭ ଜଣ ଥିବା ବେଳେ ଗଞ୍ଜାମରୁ ୭, ବରଗଡ଼ ଓ ମୟୂରଭଞ୍ଜରୁ ୬ ଜଣ ଲେଖାଏ ଅଛନ୍ତି। ସେହିଭଳି ସୁନ୍ଦରଗଡ଼ରୁ ୫, ପୁରୀରୁ ୪, ଅନୁଗୋଳ ଓ ଯାଜପୁରରୁ ୩ ଜଣ ଲେଖାଏଙ୍କ ମୃତ୍ୟୁ ଘଟିଛି। ସମାନଭାବେ ବଲାଙ୍ଗୀର, କଟକ, ଢେଙ୍କାନାଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ନୟାଗଡ଼ରୁ ୨ ଜଣ ଲେଖାଏଙ୍କ ଜୀବନ ନେଇଛି କରେନା। ବାଲେଶ୍ୱର, କନ୍ଧମାଳ ଓ ନୂଆପଡ଼ା ଜିଲାରୁ ଜଣେ ଲେଖାଏ ମଧ୍ୟ ପ୍ରାଣ ହରାଇଛନ୍ତି।

Share