ରାଜ୍ୟରୁ ପୁଣି ୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୯ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯,୦୪୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ପୁରୀ ଓ ସୁନ୍ଦରଗଡ଼ ଜିଲାରୁ ୨ ଜଣ ଲେଖାଏ ଥିବାବେଳେ କଟକ, କେନ୍ଦୁଝର, ଖୋର୍ଦ୍ଧା, ନୟାଗଡ ଓ ସମ୍ବଲପୁର ଜିଲାରୁ ଜଣେ ଲେଖାଏ ରହିଛନ୍ତି । ତେବେ ଆଜି ରାଜ୍ୟରେ ୩୪୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

Share